ଭୁବନେଶ୍ୱର ୱାର୍ଡ ନଂ ୪୫ରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ୱର ୱାର୍ଡ ନଂ ୪୫ରେ ଆଜି ୧୦୦ ରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରାଯାଇଛି । ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏହି କାର୍ଡ ବଣ୍ଟନ କରାଯାଇଛି । ଭାରତ ର ୨୦୦ରୁ ଅଧିକ ହସ୍ପିଟାଲରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ରୁ ରୋଗୀ ସୁବିଧା ପାଇପାରିବେ । ଏହି କାର୍ଯ୍ୟକ୍ରମ ରେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଏବଂ ୪୫ ନଂ ୱାର୍ଡ ର ପୂର୍ବତନ କର୍ପୋରେଟର ଅମରେଶ ଜେନା ପ୍ରମୁଖ ଉପସ୍ଥିତ ରହି ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରିଥିଲେ ।

ସୂଚନା ଅନୁଯାୟୀ, ମାଲକାନଗିରିରୁ ଅଗଷ୍ଟ ୨୦ ତାରିଖରେ ଆରମ୍ଭ ହୋଇଥିବା ସେବା ଓ ପ୍ରତିବଦ୍ଧତାର ଏ ଅଭିଯାନ ଆଜି ଯାଜପୁର ରେ ଉଦଯାପିତ ହୋଇଛି । ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ସାମିଲ ହୋଇଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମରେ । ରାଜ୍ୟର ଗରିବ ଲୋକଙ୍କ ପାଇଁ ସବୁଦିନ ପାଇଁ ଆଣିଛି ଚିକିତ୍ସା ଖର୍ଚ୍ଚରୁ ମୁକ୍ତି ।

ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଥିଲା। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ।

Leave a comment