ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ, ପୋଲିସ ଓ ଆଦିବାସୀ ଧସ୍ତାଧସ୍ତି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସଶସ୍ତ୍ର ଆନ୍ଦୋଳନ ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଆଦିବାସୀ । ଆଗାମୀ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ଓ ବ୍ଲକ ଅଧ୍ୟକ୍ଷ ପଦବୀରୁ ଆଦିବାସୀଙ୍କୁ ବାଦ ଦିଆଯାଇଛି । ଯାହାକୁ ନେଇ ଅଭିଯୋଗ କରିବା ସହ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଆଦିବାସୀ । ତେବେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ହଜାର ସଂଖ୍ୟାରେ ଆଦିବାସୀ ମହିଳା ଓ ପୁରୁଷ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କିଛି ସମୟ ଧରି ପୋଲିସ ଓ ଆଦିବାସୀଙ୍କ ମଧ୍ୟରେ ଧସ୍ତାଧସ୍ତି ମଧ୍ୟ ହୋଇଛନ୍ତି । ପୋଲିସ ପକ୍ଷରୁ ୫ ପ୍ଲାଟୁନ ଫୋର୍ସ ସହ ୧୫ଜଣ ପୋଲିସ ଅଧିକାରୀ ମୁତୟନ ହୋଇଛନ୍ତି ।