ରାଜ୍ୟରେ ୩୨ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ, ମୋଟ ୨୦୨ ଛୁଇଁଲା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସାରା ଦେଶରେ ଓ ରାଜ୍ୟରେ ନୂଆ ଭାରିଆଣ୍ଟ ଓମିକ୍ରନ ତାର କାୟା ବିସ୍ତାର କରିବାରେ ଲାଗିଛି । ଆଜି ରାଜ୍ୟରୁ ଆଉ ୩୨ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୨୦୨ କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଆଇଏଲଏସ୍‍ ।

ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରଠୁ ରାଜ୍ୟରେ ଏହି ସଂଖ୍ୟା ବଢିବାରେ ଲାଗିଛି। ଆଜି ରାଜ୍ୟରୁ ଚିହ୍ନଟ ୩୨ ଓମିକ୍ରନ ଆକ୍ରାନ୍ତଙ୍କ ମିଶାଇ ରାଜ୍ୟରେ ମୋଟ୍‌ ଓମିକ୍ରନ ସଂକ୍ରମିତ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି।

ଅନ୍ୟପଟେ ରାଜ୍ୟରୁ ଆଜି ୧୦୮୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୨୯୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୫୬୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୨୧ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୨୨୭୩୫ କୁ ବୃଦ୍ଧି ପାଇଥିବା ବେଳେ ୧୦୫୨୩୯୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୬୧୮୦୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

Leave a comment