ମୃତ ସାମ୍ବାଦିକଙ୍କ ପରିବାରକୁ ୧୩ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ସାମ୍ବାଦିକ ରୋହିତ ବିଶ୍ବାଳଙ୍କ ପରିବାରକୁ ସମବେଦନା ଜଣାଇବା ସହ ୧୩ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟ ପୁଲିସ ବିଭାଗ ପକ୍ଷରୁ ୯ ଲକ୍ଷ, ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୪ ଲକ୍ଷ ଅନୁକମ୍ପା ରାଶି ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ରୋହିତ ଏକ ଦୈନିକ ଖବରକାଗଜରେ ରିପୋର୍ଟର ଭାବେ କାମ କରୁଥିଲେ । କଳାହାଣ୍ଡି ମଦନପୁର ରାମପୁର ଡମ୍ବ କର୍ଲାଖୁଣ୍ଟା ନିକଟରେ ମାଓବାଦୀ ପୋଷ୍ଟର ଲଗାଇଥିଲେ । ନିର୍ବାଚନ ବର୍ଜନ କରିବା ସହ ଅନେକ ଦାବି ପୋଷ୍ଟରରେ ଉଲ୍ଲେଖ ଥିଲା । ଖବର ସଂଗ୍ରହ ପାଇଁ ସେଠାକୁ ଯାଇଥିବା ସମୟରେ ଏହି ଅଘଟଣ ଘଟିଯାଇଥିଲା।

ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଡମ୍ବକରଲାମଖୁଣ୍ଟାର ଦୁଲେନ ଛକରେ ଲ୍ୟାଣ୍ଡ ମାଇନ ବିଛାଇ ଥିଲେ । ଏହି ସମୟରେ ରୋହିତ ସେହି ବାଟ ଦେଇ ଯାଉଥିବା ବେଳେ ଏହା ବିସ୍ଫୋରଣ ହୋଇ ଯାଇଥିଲା । ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଛି । ବିସ୍ଫୋରଣରେ ପରେ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି । ସୁରକ୍ଷା କର୍ମୀ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି ।

Leave a comment