ବସୁଧା ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡାର ମହାକାଳପଡା ବ୍ଲକ ସରୁମୁହିଁଠାରେ ବସୁଧା ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପ ଦ୍ବାରା ମହାକାଳପଡା ଓ ମାର୍ଶାଘାଇ ବ୍ଲକର ୨ଶହ ଗାଁକୁ ବିଶୁଦ୍ଧ ପାନୀୟ ଜଳ ମିଳିପାରିବ ।
ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୨୪୧କୋଟି ଟଙ୍କା ବିନିମୟରେ ନିର୍ମିତ ହେବାକୁ ଥିବା ବସୁଧା ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ବସୁଧା ପ୍ରକଳ୍ପ ଦ୍ବାରା ମାର୍ଶାଘାଇ ବ୍ଲକର ୫୨ଟି ଗାଁ ଓ ମହାକାଳପଡା ବ୍ଲକର ୧୪୮ ଟି ଗାଁ ଶୁଦ୍ଧ ପାଣି ପିଇବାକୁ ପାଇପାରିବେ । ଏହା ବ୍ୟତୀତ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗର ନୂଆ ଟୋଲଫ୍ରୀ ହେଲ୍ପଲାଇନ ନମ୍ବର ମଧ୍ୟ ଜାରି କରାଯାଇଛି । ନିଜ ଗାଁର ପାଣି ସମସ୍ୟା ବିଷୟରେ ଜଣାଇବା ପାଇଁ ୧୯୧୬ନମ୍ବର କୁ କଲ କରିପାରିବେ ।