ମୁଖ୍ୟମନ୍ତ୍ରୀଙ୍କ ସଚିବଙ୍କ ଝଙ୍କଡ଼ ଗସ୍ତ, ମା ସାରଳାଙ୍କ ପୀଠର ବିକାଶ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ ହେବ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦେଶ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଙ୍କ ସଚିବ (5T) ଶ୍ରୀ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷ ରେ ଜଗତସିଂହପୁର ର ଝଙ୍କଡ଼ ପୀଠକୁ ଯାଇ ମା ସାରଳାଙ୍କୁ ପୂଜାର୍ଚନା କରିଥିଲେ ଏବଂ ପୀଠର ବିକାଶ ସମ୍ପର୍କରେ ସେବାୟତ, ସ୍ଥାନୀୟ ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଥିଲେ ।

ଝଙ୍କଡ଼ ଓଡ଼ିଶାର ଏକ ପ୍ରସିଦ୍ଧ ଶକ୍ତି ପୀଠ ମା ସାରଳାଙ୍କ ଆଶୀର୍ବାଦରୁ ଏହି ପୀଠରୁ ଆଦିକବି ସାରଳା ଦାସ ସାରଳା ମହାଭାରତ ରଚନା କରିଥିଲେ । ପ୍ରତିଦିନ ଏହି ପୀଠକୁ ମାଙ୍କ ଦର୍ଶନ ପାଇଁ ବିଭିନ୍ନ ସ୍ଥାନରୁ ଭକ୍ତ ମାନେ ଆସିଥାନ୍ତି । ତେଣୁ ଭକ୍ତ ମାନଙ୍କ ସୁବିଧା ପାଇଁ ପୀଠର ବିକାଶ ଜରୁରୀ ହୋଇ ପଡିଛି ।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଶ୍ରୀ ପାଣ୍ଡିଆନ ପୀଠର ବିକାଶ ସମ୍ପର୍କ ରେ ସେବାୟତ, ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରିଥିଲେ । ପୀଠର ଆବଶ୍ୟକତା କୁ ଭିତ୍ତି କରି ବିକାଶ ପାଇଁ ତୁରନ୍ତ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦେଶ ଦେଇ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ 5T ମଡେଲରେ ଏହା କାର୍ଯ୍ୟକାରୀ କରାଯିବ । ଏହି ପରିଦର୍ଶନ ସମୟରେ ଜଗତସିଂହପୁର ଜିଲ୍ଲାପାଳ ସୁଶ୍ରୀ ପାରୁଲ ପାଟୱାରୀ ଓ ଜିଲ୍ଲାର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Leave a comment