ଭୀଷଣ ହେଉଛି ବାତ୍ୟା ‘ଅସାନି’
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବଙ୍ଗୋପସାଗରରେ ଭୀଷଣ ହେଉଛି ବାତ୍ୟା । ଘଣ୍ଟା ପ୍ରତି ୫ କିଲୋମିଟର ବେଗରେ ଗତି କରୁଛି ବାତ୍ୟା ଅସାନି । ଗୋପାଳପୁରଠାରୁ ୫୧୦, ପୁରୀରୁ ୫୯୦ କିଲୋମିଟର ଦୂରରେ ରହିଛି । ଗଞ୍ଜାମ, ଗଜପତି ଓ ପୁରୀରେ ବର୍ଷା ଆରମ୍ଭ ହୋଇଯାଇଛି ।
ସେହିପରି ଆସନ୍ତାକାଲି ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୨ ତାରିଖରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଓଡ଼ିଶା ଉପକୂଳ ସମୁଦ୍ରରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ସମୁଦ୍ର ଅଶାନ୍ତ ରହିଥିବାରୁ ୧୩ ତାରିଖ ପର୍ୟ୍ୟନ୍ତ ଓଡ଼ିଶା ଉପକୂଳର ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।