୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ମୌସୁମୀ

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ବୀପପୁଞ୍ଜ ଓ ଏହାର ନିକଟବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ତଥ୍ୟ ଅନୁଯାୟୀ ରାଜ୍ୟରେ ୧୧ଟି ସ୍ଥାନରେ ତାପମାତ୍ରା ୪୦ କିମ୍ବା ତା’ଠାରୁ ଅଧିକ ରହିଛି। ୪୩.୨ ଡିଗ୍ରୀ ତାପମାତ୍ରା ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସୁବର୍ଣ୍ଣପୁରରେ ଦ୍ବିତୀୟ ସର୍ବାଧିକ ୪୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସୁନ୍ଦରଗଡ଼ ୪୨.୫, ଝାରସୁଗୁଡ଼ା ୪୨.୪, ବଲାଙ୍ଗୀର ୪୨.୨, ଦେବଗଡ଼ ୪୨, ଭବାନୀପାଟଣା ୪୧.୮, ସମ୍ବଲପୁର ୪୧.୬, ନୂଆପଡ଼ା ୪୧, ବରଗଡ଼ରେ ୪୦.୫ ଓ ମାଲକାନଗିରିରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଭୁବନେଶ୍ବରରେ ୩୫.୫ ଓ କଟକରେ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ରାଜ୍ୟରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ରହିବ ।

Leave a comment