୫ଟି ପିଙ୍କ୍ ବୁଥ୍କୁ ମିଶାଇ ମୋଟ ୨୭୯ ବୁଥ୍ରେ ଭୋଟ ଗ୍ରହଣ – ମୁଖ୍ୟ ନିର୍ବାଚନ ଅଧିକାରୀ

ବ୍ରଜରାଜନଗର ଉପନିର୍ବାଚନ

0

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବ୍ରଜରାଜନଗର ଭୋଟ୍ ପ୍ରସ୍ତୁତି ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା । ମେ ୩୧ ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ପାଇଁ ପଡିବ ଭୋଟ୍ । ଜୁନ ୩ ତାରିଖରେ ଭୋଟ ଗଣତି ହେବା ସହ ଫଳାଫଳ ପ୍ରକାଶ ପାଇବ । ୩ ଜଣ ପ୍ରାର୍ଥୀ ଓହରିବା ପରେ ଏବେ ୧୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ୧୩୩ ନୂଆ ଭୋଟରଙ୍କୁ ମିଶାଇ ମୋଟ ୨ ଲକ୍ଷ ୧୪ ହଜାର ୮୭୮ ଜଣ ଭୋଟ୍ ଦେବେ । ୫ଟି ପିଙ୍କ୍ ବୁଥ୍କୁ ମିଶାଇ ମୋଟ ୨୭୯ ବୁଥ୍ରେ ଭୋଟ ଗ୍ରହଣ କରାଯିବ ବୋଲି ପ୍ରେସମିଟରେ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ।

୩ ହଜାର ୫୨୦ ଦିବ୍ୟାଙ୍ଗ ଭୋଟର ରହିଛନ୍ତି । ୧୬୨୮ ଭୋଟର ୮୦ ବର୍ଷରୁ ଉର୍ଦ୍ଧ୍ୱ । ୧୩୩ ନୂଆ ଭୋଟର ସାମିଲ ହୋଇଛନ୍ତି । ୩୧୯ ଇଭିଏମ ରହିଛି । ପ୍ରତି ବୁଥରେ ଅତି ବେଶୀରେ ୧୨୫୦ ଭୋଟର ରହିବେ । ମୋଟ ୨୭୯ ବୁଥ୍ କରାଯାଇଛି । ୩୨୫ ଲୋକଙ୍କ ଘରୁ ଭୋଟ ସଂଗ୍ରହ କରାଯିବ । ସେମାନେ ଭୋଟ ଦେବାକୁ ଆସିବାକୁ ଅସମର୍ଥ ଥିବାରୁ ଘରୁ ଭୋଟ ସଂଗ୍ରହ ହେବ । ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ରହିଛି । ଆଜିଠୁ ଭୋଟ ସଂଗ୍ରହ ଆରମ୍ଭ ହୋଇଛି । ଯେଉଁମାନଙ୍କ ଘରୁ ଭୋଟ୍ ସଂଗ୍ରହ ହେବ ସେମାନେ ଆଉ ବୁଥ୍ ରେ ଭୋଟ ଦେଇ ପାରିବେନି । ୨୨୪ ଜଣ ସର୍ଭିସ ଭୋଟରଙ୍କ ପାଇଁ ପୋଷ୍ଟାଲ ବାଲାଟ୍ ପଠା ସରିଛି । ନିର୍ବାଚନ ପରିଚାଳନା ପାଇଁ ୧୩୯୬ ପୋଲିଂ ଅଧିକାରୀ ରହିବେ । ଝାରସୁଗୁଡା ଇଞ୍ଜିନିୟର ସ୍କୁଲରେ ଡିସବର୍ସ କେନ୍ଦ୍ର ହେବ । ୩୮୦ ଗାଡି ବ୍ୟବସ୍ଥା କରାଯାଇଛି ।

୧୭୦ ଆର୍ମ ଲାଇସେନ୍ସକୁ ଥାନାରେ ଡିପୋଜିଟ କରାଯାଇଛି । ପୂର୍ବରୁ ଅପରାଧୀକ ମାମଲା ଥିବା ୧୦୪୮ ଲୋକଙ୍କୁ ଅଟକ ରଖାଯାଇଛି । ୭୧ ଜଣଙ୍କ ନାଁରେ NBW ଜାରି କରାଯାଇଛି । ଏହି ସମୟରେ ୮୩୫ ଲିଟର ମଦ ଜବତ କରାଯାଇଛି । ୧୯୫୦ ଟୋଲ ଫି ନମ୍ବର ଜାରି କରାଯାଇଛି । ଅଭିଯୋଗ ଓ ସମସ୍ୟା ନେଇ ଅବଗତ ହୋଇ ପାରିବେ । ୫୦ ପ୍ରତିଶତ ବୁଥରେ ୱେବ କାଷ୍ଟିଂ ହେବ ।
ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ସବୁ ବ୍ୟବସ୍ଥା ହୋଇଛି । ମୋଟ ୩୦ ଟା ମଡେଲ ବୁଥ କରାଯାଇଛି । ଭୋଟ ଓ ଭୋଟ ପରଦିନ ଛୁଟି ଘୋଷଣା କରାଯାଇଛି । କାଜୁଆଲ ଲିଭ ନେଇ ପାରିବେ ଭୋଟର । କୋଭିଡ ପାଇଁ ଥର୍ମାଲ ସ୍କାନିଂ କରାଯିବ। ମାସ୍କ ସାନିଟାଇଜ ବ୍ୟବସ୍ଥା କରାଯାଇଛି । ସମୀକ୍ଷା ବୈଠକ କରାଯାଇଛି । ଯେଉଁ ବୁଥରେ ପୂର୍ବରୁ ସମସ୍ୟା ରହିଛି କିମ୍ବା ଅଘଟଣ ଘଟିଛି ଏବଂ ଅଘଟଣ ଆଶଙ୍କା ଥିବ ସେନେଇ ରାଜନୈତିକ ଦଳ ଗୁଡିକ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ confodential ଜଣାଇବେ । ସେଠାରେ ସ୍ଥିତି ଦେଖି ବ୍ୟବସ୍ଥା କରାଯିବ ବୋଲି ନିର୍ବାଚନ କମିଶନ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି ।

Leave a comment