ଟି-୨୦ ମ୍ୟାଚ: ମାସ୍କ ନ ପିନ୍ଧିଲେ ଷ୍ଟାଡିୟମ ଭିତରକୁ ପ୍ରବେଶ ମନା

0

କଟକ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆସନ୍ତାକାଲି ବାରବାଟୀରେ ଅନୁଷ୍ଠିତ ହେବ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ । ଏଥିପାଇଁ କ୍ରିକେଟପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ତେବେ ଏହି ମ୍ୟାଚ ସମୟରେ ଯେପରି କୌଣସି ବ୍ୟତିକ୍ରମ ଦେଖାନଯାଏ ସେଥିପ୍ରତି ଗୁରୁତ୍ୱ ଦେଇଛନ୍ତି ଓସିଏ ଓ ଜିଲ୍ଲା ପ୍ରଶାସନ ।

ଅନ୍ୟ ପକ୍ଷରେ କରୋନା ସଂକ୍ରମଣ ପୁଣି ବଢୁଥିବାରୁ ଷ୍ଟାଡିୟମ ଭିତରେ ପ୍ରବେଶ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି । ଯେଉଁମାନେ ମାସ୍କ ନ ପିନ୍ଧିବେ ସେମାନଙ୍କୁ ଷ୍ଟାଡିୟମ ଭିତରକୁ ପ୍ରବେଶ କରିବାକୁ ଦିଆଯିବନାହିଁ ବୋଲି ସୂଚନା ମିଳିଛି । ଏନେଇ ଦର୍ଶକଙ୍କୁ ଦିଆଯାଇଥିବା ଟିକେଟରେ ମଧ୍ୟ ଉଲ୍ଲେଖ ରହିଛି । ଷ୍ଟାଡିୟମ ଶୃଙ୍ଖଳିତ ଭାବେ ଧାଡ଼ିରେ ପ୍ରବେଶ କରିବାକୁ, ସାଙ୍ଗରେ ରୁମାଲ, ଗାମୁଛା ନେବାକୁ, ଧଳା ଓ ହାଲକା ରଙ୍ଗର ଢ଼ିଲା ପୋଷାକ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । କୌଣସି ପ୍ରକାର ନିଶା ଦ୍ରବ୍ୟ ସେବନ ନକରିବାକୁ କୁହାଯାଇଛି ।

Leave a comment