ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ୨୫ ଜଣ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ କେହି ସଂକ୍ରମିତ ରହି ନାହାନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୭୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୭୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୩୯୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୨୩୪୧୩ସାମ୍ପୁଲ ଟେଷ୍ଟ୍ ହୋଇଛି ।