ଦେଶରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ

0

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦେଶରେ ପୁଣି ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । ଦିନକରେ ୧୩,୨୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଆଉ ୨୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ପରେ କରୋନାଜନିତ ମୋଟ ମୃତ୍ୟୁ ସଂଖ୍ୟା ୫, ୨୪, ୮୪୦କୁ ବୃଦ୍ଧି ପାଇଛି । ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୨,୮୩,୭୯୩ରେ ପହଞ୍ଚିଛି ।

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮, ୧୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ଏପର୍ଯ୍ୟନ୍ତ ୪,୨୬,୯୦,୮୪୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଦେଶରେ କରୋନା ଆରୋଗ୍ୟ ହାର ୯୮.୬୩% ରହିଛି । ଦେଶରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୮,୧୦୮ରହିଛି। ସଂକ୍ରମଣ ହାର ୦.୧୬% ରେ ପହଞ୍ଛିଛି।

Leave a comment