ମୌସୁମୀ ଲାଗି ରାଜ୍ୟରେ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି । ପୂରା ଓଡ଼ିଶା ଛୁଇଁଛି । ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଆସନ୍ତାକାଲି ପାଇଁ ରାଜ୍ୟରେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୂଆପଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଞ୍ଜ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ଆବଶ୍ୟକ ପଦକ୍ଷେପ ନେବାକୁ ସମ୍ପୃକ୍ତ ଜିଲ୍ଲା ପ୍ରଶାସନକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ପ୍ରକାର ପରିସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି । ସେପଟେ ସାରା ରାଜ୍ୟକୁ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ୍ କରି ସୂଚନା ଦେଇଛି । ତେବେ ଆଜି ସାରା ରାଜ୍ୟକୁ ମୌସୁମୀ ଅଗ୍ରସର ହୋଇଥିବା ଜଣାପଡିଛି ।

Leave a comment