ଆରମ୍ଭ ହେଲା ରଥଟଣା; ବଡ଼ଦାଣ୍ଡରେ ଗଡ଼ିଲା ତାଳଧ୍ୱଜ ରଥ

0

ଆରମ୍ଭ ହେଲା ରଥଟଣା । ବଡ଼ଦାଣ୍ଡରେ ପ୍ରଥମେ ଗଡ଼ିଲା ତାଳଧ୍ୱଜ ରଥ । ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ, ହୁଳହୁଳି ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ର ।

ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀ ବଳଭଦ୍ରଙ୍କର ରଥ ଟଣା ଯାଇଛି । ରଥରେ ଅଶ୍ୱ ଯୋଖା ହେବା ପରେ ତାଳଧ୍ୱଜ ରଥ ଟଣା ଆରମ୍ଭ ହୋଇଛି ।

ବିଭିନ୍ନ ନୀତିକାନ୍ତି ପରେ ନିର୍ଦ୍ଧାରିତ ସମୟ ଠାରୁ ପ୍ରାୟ ଦେଢ ଘଣ୍ଟା ପୂର୍ବରୁ ତାଳଧ୍ୱଜ ରଥ ମାଉସୀ ମା’ ଅଭିମୁଖେ ଗଡିଛି । ଡାହୁକ ରଥ ଉପରେ ଛିଡା ହୋଇ ଳମ୍ବା ବେତ ଧରି ଭକ୍ତ ମାନଙ୍କୁ ରଥ ଟାଣିବାକୁ ଉତ୍ସାହିକ କରୁଛନ୍ତି

ସର୍ବପ୍ରଥମେ ବଳଭଦ୍ର ମହାପ୍ରଭୁଙ୍କ ତାଳଧ୍ୱଜ ରଥ ଟଣାଯାଏ । ସମତାଳରେ ଉଭୟ ଭଟିମୁଣ୍ଡା ଓ ପୁରୀ ଘଣ୍ଟୁଆମାନେ ଏହି ସମୟରେ ଘଣ୍ଟ ବଜାଇଥାନ୍ତି। ଡାହୁକ ରଥ ଉପରେ ଠିଆ ହୋଇ ଯୋଡ଼ି ଲମ୍ବା ବେତ ଧରି ରଥ ବୋଲି ଗୀତ ଗାଇ ଭକ୍ତଜନଙ୍କୁ ଆମୋଦିତ କରିଥାନ୍ତି । ସର୍ବ ଧର୍ମ ନିର୍ବିଶେଷରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଭକ୍ତ ରଥ ଦଉଡ଼ି ଧାରଣ ପୂର୍ବକ ଆନନ୍ଦ ମନରେ ରଥକୁ ଟାଣିଥାନ୍ତି । ଭକ୍ତମାନଙ୍କ ହରିବୋଲ, ହୁଳହୁଳି, ସଂକୀର୍ତ୍ତନ ଇତ୍ୟାଦିରେ ସମଗ୍ର ବଡ଼ଦାଣ୍ଡ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥାଏ । ତାଳଧ୍ୱଜ ରଥ ପରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ଓ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇଥାଏ ।

Leave a comment