ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଜାରି ହେଲା ବିଜ୍ଞପ୍ତି । ବିଜ୍ଞପ୍ତି ଅନୂଯାୟୀ ୬ ଅଗଷ୍ଟରେ ହେବ ଉପରାଷ୍ଟ୍ରପତି ନିର୍ବାଚନ । ଏଥିପାଇଁ ଆଜି ଅର୍ଥାତ୍ ମଙ୍ଗଳବାର ଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି ।ନାମାଙ୍କନ ପ୍ରକ୍ରିୟା ଜୁଲାଇ ୧୯ ପର୍ଯ୍ୟନ୍ତ ଚାଲିବ ।
୨୦ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ, ୨୨ ଜୁଲାଇରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଅବଧି ରହିଛି । ସୂଚନାଯୋଗ୍ୟ, ବର୍ତ୍ତମାନର ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁଙ୍କ କାର୍ଯ୍ୟକାଳ ୧୦ ଅଗଷ୍ଟରେ ଶେଷ ହେବାକୁ ଯାଉଛି ।
ସୂଚନାଯୋଗ୍ୟ, ରାଷ୍ଟ୍ରପତି ନିର୍ବାଚନ ଭଳି ଉପରାଷ୍ଟ୍ରପତି ନିର୍ବାଚନ ମଧ୍ୟ ପରୋକ୍ଷ ଭାବରେ ହୋଇଥାଏ । ଏହି ନିର୍ବାଚନରେ ଲୋକସଭା ଏବଂ ରାଜ୍ୟସଭାର ସଦସ୍ୟ ଭୋଟ ଦେବାପାଇଁ ଯୋଗ୍ୟ ହୋଇଥାନ୍ତି, ଯେଉଁଥିରେ ମନୋନୀତ ସଦସ୍ୟ ମଧ୍ୟ ରହିଥାନ୍ତି । ଅବଶ୍ୟ ଏପର୍ଯ୍ୟନ୍ତ ରାଜନୈତିକ ଦଳମାନେ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ।