ଆଖିବୁଝିଲେ ଜାପାନ ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ

ଜାପାନ ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କର ମୃତ୍ୟୁ ଘଟିଛି । ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
ସୂଚନା ଅନୁସାରେ, ପଶ୍ଚିମ ନାରା ସହରର ଏକ କାର୍ଯ୍ୟକ୍ରମରେ ଭାଷଣ ଦେଉଥିବା ବେଳେ ଶତାଧିକ ଲୋକ ରୁଣ୍ଡ ହୋଇଥିଲେ । ଏହି ସମୟରେ ହଠାତ୍ ଜୋରରେ କିଛି ଶବ୍ଦ ହେବା ସହ ସିଞ୍ଜୋ ଆବେ ତଳେ ପଡ଼ିଯାଇଥିଲେ । ତାଙ୍କ ଶରୀରରୁ ପ୍ରବଳ ରକ୍ତସ୍ରାବ ହେଉଥିଲା । କେହି କିଛି ପ୍ରଥମେ ବୁଝି ପାରିନଥିଲେ । ସିଞ୍ଜୋ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତଳେ ପଡ଼ିଥିବା ଦେଖିବାକୁ ମିଳିଥିଲା ।
ସିଞ୍ଜୋ ଆବେଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡିଥିଲା। ଗୁଳିମାଡ଼ ପରେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ପୋଲିସ ।