ନବୀନ ନିବାସରେ ମଧ୍ୟାହ୍ନ ଭୋଜନ କଲେ ଦ୍ରୌପଦୀ ମୁର୍ମୁ

0

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ମଧ୍ୟାହ୍ନ ଭୋଜନ କଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଏହି ମଧ୍ୟାହ୍ନ ଭୋଜନରେ ପୁରୀ ସାଂସଦ ପିନାକୀ ମିଶ୍ର ଓ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ମଧ୍ୟ ସାମିଲ ହୋଇଛନ୍ତି ।

ଏହାପୂର୍ବରୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଧାନସଭାରେ ବିଜେଡି ବିଧାୟକ ଓ ସାଂସଦମାନଙ୍କୁ ଭେଟିଥିଲେ। ବିଧାନସଭାର ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ କରିଥିଲେ। ଏଥିରେ ଦ୍ରୌପଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଜେଡିର ସାଂସଦ ଓ ବିଧାୟକମାନଙ୍କୁ ସମର୍ଥନ ଲୋଡ଼ିଥିଲେ।

 

Leave a comment