ଏଥର ଗାଁ ଗାଁ ବୁଲିବ ଟୀକା ଭ୍ୟାନ୍

0

ଟିକା କରଣକୁ ବଢ଼ାଇବା ଉପରେ ସ୍ୱାସ୍ଥ୍ୟ ବିଭାଗ ଗୁରତ୍ବ ଦେଉଛି। ସବୁ ଜିଲ୍ଲାକୁ ନିର୍ଦ୍ଦେଶ ଦିଆ ଯାଇଛି ଟିକା କରଣ କେନ୍ଦ୍ର ବଢାଇବା ପାଇଁ । ଏହାସହ ପ୍ରତି ବ୍ଲକରେ ୪ ମୋବାଇଲ ଭ୍ୟାନର ମଧ୍ୟ ବ୍ୟବସ୍ଥା କରାଯାଇଛି । ବର୍ତ୍ତମାନ ଆଉ ରାଜ୍ୟରେ ଟିକାର ଅଭାବ ନାହିଁ । ଏଯାଏଁ ରାଜ୍ୟରେ ୪୬ ଲକ୍ଷ ୬୬ ହଜାର ପ୍ରିକୋଶନ ଡୋଜ ନେଇ ସାରିଛନ୍ତି ।

ଯାହାକି ମୋଟ ଲୋକଙ୍କର ୧୪ ପ୍ରତିଶତ । ବାକି ଲୋକଙ୍କୁ ଖୁବ ଶୀଘ୍ର ଟିକା କାରଣ କରାଯିବ। ଏବେ ୯ ଲକ୍ଷ କୋଭିସିଲ୍ଡ ଟିକା ଆସିଛି । ଏହାସହ ୧୦ ତାରିଖ ଦିନ ଆଉ ୬ ଲକ୍ଷ କୋଭିସିଲ୍ଡ ଟିକା ଆସିବ । ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ସେ କହିଛନ୍ତି, ଆମେ ସମସ୍ତଙ୍କୁ ଅନୁରୋଧ କରୁଛୁ ସମସ୍ତେ ପ୍ରିକସନ ଡୋଜ ନିଅନ୍ତୁ । ଅବଧି ପୁରିଥିବା ୨୪ ଲକ୍ଷ ୯୦ ହଜାର ଲୋକ ଦ୍ୱିତୀୟ ଡୋଜ ଟିକା ନେଇନାହାନ୍ତି । କିଭଳି ୩ ହଜାର ଟିକା କାରଣ କେନ୍ଦ୍ର କାର୍ଯ୍ୟକାରୀ ହେବ ତାକୁ ଦୃଷ୍ଟି ଦିଆଯାଉଛି । ଗାଁ ଗାଁ ବୁଲି ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଇଛି ।

Leave a comment