କ’ଣ ରହିଛି ରାକ୍ଷୀ ପୂର୍ଣ୍ଣିମାର ମହତ୍ୱ ? କିଏ ପ୍ରଥମେ ନିଜ ଭାଇ ହାତରେ ପିନ୍ଧାଇଥିଲେ ରାକ୍ଷୀ

0

ରକ୍ଷା କରିବା ପାଇଁ ବନ୍ଧାଯାଉଥିବା ପବିତ୍ର ସୂତାକୁ ରାକ୍ଷୀ ପୂର୍ଣ୍ଣିମା କୁହାଯାଏ । ଏହି ପର୍ବକୁ କେବଳ ଓଡିଶା ନୁହେଁ ବରଂ ସାରା ଦେଶରେ ପାଳନ କରାଯାଏ । ଏହାକୁ ଶ୍ରାବଣ ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତିଥିରେ ପାଳନ କରାଯାଏ । ଓଡିଆ ମାନେ ଏହାକୁ ପ୍ରଭୁ ବଳଭଦ୍ରଙ୍କର ଜନ୍ମ ତିଥି ଭାବରେ ମଧ୍ୟ ପୂଜା କରନ୍ତି । ଶ୍ରୀମନ୍ଦିରରେ ଜଗନ୍ନାଥ ଓ ବଳଭଦ୍ରଙ୍କ ହାତରେ ଭଉଣୀ ସୁଭଦ୍ରା ରାକ୍ଷୀ ବାନ୍ଧନ୍ତି । ପରମ୍ପର ଅନୁସାରେ ଭଉଣୀର ରକ୍ଷା କରିବା ପାଇଁ ଭାଇ ହାତରେ ଭଉଣୀ ବାନ୍ଧିଥାଏ ରାକ୍ଷୀ । ପୂର୍ଣ୍ଣିମା ଦିନ ସକାଳୁ ସକାଳୁ ଭଉଣୀମାନେ ଗାଧୋଇ ନିଜ ଘରର ଇଷ୍ଟ ଦେବତାଙ୍କୁ ପୂଜା କରିବା ସହ ଭାଇମାନଙ୍କ ହାତରେ ରାକ୍ଷୀ ବାନ୍ଧିଥାଆନ୍ତି । ଏହି ପବିତ୍ର ପୂର୍ଣ୍ଣିମା ଅବସରରେ ଭଉଣୀମାନେ ଭାଇମାନଙ୍କ ମଙ୍ଗଳ କାମନା କରିଥାଆନ୍ତି ।

ତେବେ ଏହି ପୂର୍ଣ୍ଣିମା ପାଳନ କରାଯିବାର ମୁଖ୍ୟ ହେଉଛି ଦ୍ରୈାପଦୀ ନିଜ ପିନ୍ଧା ଶାଢୀର ଛୋଟ କନା ଖଣ୍ଡେ ପ୍ରଭୁ ଶ୍ରୀକୃଷ୍ଣଙ୍କୁ ବାନ୍ଧି ଥିଲେ । ସେବେଠାରୁ ଏହି ପର୍ବ ଆରମ୍ଭ ହୋଇଥିବା ଜଣାଯାଏ । ଏହି ଦିନ ବ୍ରାହ୍ଣଣମାନେ ମଧ୍ୟ ବେଦ ପାଠ ଆରମ୍ଭ କରନ୍ତି ତେଣୁ ଏହି ଦିନରେ ପାଠପଢା ଆରମ୍ଭ କଲେ ପିଲାମାନେ ଉତ୍ତମ ପାଠ ପଢନ୍ତି ବୋଲି ବିଶ୍ୱାସ ରହିଛି । ପୂରାଣ ଶାସ୍ତ୍ର ଅନୁସାରେ ପୂର୍ବ ଓ ଉତ୍ତର ଦିଗକୁ ମୁହଁ କରାଯାଇ ସମସ୍ତ ମାଙ୍ଗଳିକ କାମ କରାଯାଏ । ତେଣୁ ଏହି ପବିତ୍ର ବନ୍ଧନରେ ମଧ୍ୟ ଭଭଣୀ ଭାଇକୁ ଉତ୍ତର କିମ୍ବା ପୂର୍ବ ମୁଖା କରି ବସାଇ ତାହା ଡାହାଣ ହାତରେ ରାକ୍ଷୀ ବାନ୍ଧିଥାଏ । ଶ୍ରୀମନ୍ଦିରରେ ସକାଳ ଧୁପ,ସୂର୍ଯ୍ୟପୂଜା, ମଇଲମ, ସକାଳ ଧୂପ ଆଦି ବିଭିନ୍ନ ପୂଜା ସରିବା ପରେ ଏହି ପର୍ବ ଆୟୋଜନ କରାଯାଇଥାଏ । ସାରା ଦେଶରେ ଏହି ପର୍ବକୁ ଅତି ଆଡମ୍ବରରେ ପାଳନ କରାଯାଇଥାଏ ।

Leave a comment