ମାନନୀୟ ଉପରାଷ୍ଟ୍ରଙ୍କୁ ଭେଟି ବିଦାୟକାଳୀନ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0

କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ମାନନୀୟ ଉପରାଷ୍ଟ୍ରପତି ଶ୍ରୀ ଭେଙ୍କୟା ନାଇଡୁଙ୍କୁ ନୂଆଦିଲ୍ଲୀଠାରେ ବ୍ୟକ୍ତିଗତ ଭାବେ ଭେଟି ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉଲ୍ଲେଖନୀୟ ଦେବା ପାଇଁ କୃତଜ୍ଞତା ଜଣାଇଥିଲେ l

ତାଙ୍କ କାର୍ଯ୍ୟକାଳର ଶେଷ ଦିନରେ ଶ୍ରୀ ନାଇଡୁଙ୍କୁ ଭେଟିବା ଅବସରରେ ଶ୍ରୀ ପ୍ରଧାନ ଟ୍ୱିଟ କରି କହିଛନ୍ତି ଯେ, ଷ୍ଟେଟ୍ସ ମ୍ୟାନ ଶ୍ରୀ ନାଇଡୁଙ୍କ ଉଭୟ ଲୋକସଭା ଓ ରାଜ୍ୟସଭା ଗୃହରେ ସେବା କାର୍ଯ୍ୟ ଥିଲା ଅନନ୍ୟ l ଶ୍ରୀ ନାଇଡୁ ଗଣତାନ୍ତ୍ରିକ ପରମ୍ପରାକୁ ଉର୍ଦ୍ଧରେ ରଖି ଗୃହ କାର୍ଯ୍ୟକୁ ଯେପରି ପରିଚାଳନା କରିଥିଲେ, ସେଥିପାଇଁ ସେ ଜନପ୍ରିୟ ହେବା ସହ ସବୁ ଦଳର ପ୍ରଶଂସାର ପାତ୍ର ହୋଇଥିଲେ l ତାଙ୍କ ଭଳି ଜଣେ ଆଦର୍ଶ ଓ ବିଦ୍ୱାନ ବ୍ୟକ୍ତିଙ୍କ ସ୍ନେହ ଓ ପାଣ୍ଡିତ୍ୟର ମୁଁ ଲାଭ ପାଇଛି l ସଂସଦରେ ତାଙ୍କର ଉଚ୍ଚାରଣ ଶୈଳୀ ଓ ଉପାଖ୍ୟାନ ସ୍ମରଣୀୟ ହୋଇ ରହିବ l ଶ୍ରୀ ନାଇଡୁଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ନିରନ୍ତନ ମାର୍ଗଦର୍ଶନ ଆଗକୁ ମଧ୍ୟ ରହିବା ନେଇ ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି l

 

Leave a comment