ରାଜ୍ୟ କ୍ୟାବିନେଟ୍ ବୈଠକ: ୧୬ଟି ବିଭାଗର ୩୩ଟି ପ୍ରସ୍ତାବ ଉପରେ ମୋହର
ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ମୋଟ ୩୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା ରାଜ୍ୟ କ୍ୟାବିନେଟ ବୈଠକ । ବୈଠକରେ ୧୬ଟି ବିଭାଗର ୩୩ଟି ପ୍ରସ୍ତାବ ଉପରେ ଲାଗିଛି ମୋହର ।
ଏହି ତାଲିକାରେ ପଞ୍ଚାୟତିରାଜ ଓ ପାନୀୟଜଳ, ଅର୍ଥ, ସାଧାରଣ ପ୍ରଶାସନ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ।
ଜଟଣୀ ତହସିଲର ଜାମୁକୋଳିରେ ହେବ କେନ୍ଦ୍ରୀୟ ହୋମିଓପାଥି ଗବେଷଣା ପରିଷଦ । ଏଥିପାଇଁ ରାଜ୍ୟ ସରକାର ମାଗଣାରେ ଯୋଗାଇ ଦେବେ ୫ ଏକର ଜମି । ଏଥିସହ ରାଜ୍ୟସ୍ତରୀୟ କ୍ରୀଡା ଭିତ୍ତିଭୂମି ବିକାଶ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । କଳିଙ୍ଗ ଷ୍ଟାଡିୟମ ଓ ବିର୍ସା ମୁଣ୍ଡା ଷ୍ଟାଡିୟମର ଭିତ୍ତିଭୂମି ବିକାଶ ହେବ । ବିଶ୍ୱକପ ପାଇଁ ଭିତ୍ତିଭୂମି ବିକାଶ ବଜେଟ ସଂଶୋଧନକୁ ମଞ୍ଜୁରୀ ମିଳିଛି । ଏଥିସହ ୮୭୫କୋଟିର ସଂଶୋଧିତ ପ୍ରକଳ୍ପ ମୂଲ୍ୟକୁ ମିଳିଛି ମଞ୍ଜୁରୀ । କୋଭିଡ ମହାମାରୀ ପାଇଁ ମନ୍ତ୍ରିସ୍ତରୀୟ କମିଟିର ନିଷ୍ପତ୍ତି ଉପରେ ମୋହର ମରାଯାଇଛି । ରାଜ୍ୟର ଶିଳ୍ପାନୁଷ୍ଠାନକୁ ଚୂନ ପଥର ଯୋଗାଣ ଏଣିକି ସୁନିଶ୍ଚିତ ହେବ । ଏହି ଚୁନ ପଥର ଓଏମସି ଜରିଆରେ ଯୋଗାଇ ଦିଆଯିବ । ସ୍ବେଚ୍ଛାକୃତ ଅବସର ପରେ ଓଜଞଝ ଅଫିସର ମନୋଜ ମିଶ୍ରଙ୍କୁ ମିଳିବ ଚୁକ୍ତିଭିତିକ ନିଯୁକ୍ତି । ସେହି ପଦବୀରେ ରାଜ୍ୟ ସରକାର ଦେବେ ନିଯୁକ୍ତି । ବୈତରଣୀ ନଦୀରେ ୨ଟି ବ୍ୟାରେଜ୍ ନିର୍ମାଣ ପାଇଁ କ୍ୟାବିନେଟ୍ରେ ପ୍ରସ୍ତାବ ଗୃହୀତ ହୋଇଛି । ୨ ଶହ କୋଟି ବ୍ୟୟରେ ୨ଟି ବ୍ୟାରେଜ୍ କରାଯିବ । ଯାହା ଫଳରେ ବନ୍ୟା ନିୟନ୍ତ୍ରଣ କରିହେବ । ଭଦ୍ରକ ଧାମନଗର ଓ ଯାଜପୁର ଦଶରଥପୁର ବ୍ଲକ ଲୋକେ ଉପକୃତ ହେବେ। ବଲାଙ୍ଗିର ଲୋୟର ସୁକତେଲ ପ୍ରକଳ୍ପ ଭୂତଳ ଜଳଯୋଗାଣ ପ୍ରକଳ୍ପକୁ ମଞ୍ଜୁରୀ।
୬୩୪କୋଟି ବ୍ୟୟହେବ, ୧୩ହଜାର ହେକ୍ଟର ଜମି ଜଳସେଚିତ ହେବ। ସେହିପରି ୯ଟି ମେଗା ଲିଫ୍ଟ ପ୍ରୋଜେକ୍ଟକୁ ମୋହର ମାରିଛନ୍ତି ରାଜ୍ୟ କ୍ୟାବିନେଟ । ୩୬ ମାସ ଭିତରେ କାର୍ଯ୍ୟକ୍ଷମ ହେବ ଏହି ପ୍ରକଳ୍ପ । ସେହିପରି ୧୪ଟି ମେଗା ଲିଫ୍ଟ ପ୍ରୋଜେକ୍ଟ କେନ୍ଦୁଝର ଜିଲ୍ଲାରେ ହେବ। ୧୭ ହଜାର ହେକ୍ଟର ଜମି ଜଳସେଚିତ ହେବ । ୟେଉଁ କମ୍ପାନୀ ଏହି ଟେଣ୍ଡର ନେବ ତାହାକୁ ୧୫ ବର୍ଷ ପର୍ୟ୍ୟନ୍ତ ଦାୟିତ୍ୱ ନେବେ ବୋଲି କୁହାଯାଇଛି। ପୂର୍ତ୍ତ ବିଭାଗ ପକ୍ଷରୁ ଦୁଇଟି ପ୍ରସ୍ତାବକୁ ମୋହର ମରାଯାଇଛି।ସୁବର୍ଣ୍ଣପୁର-ବିନିକାରାସ୍ତାକୁ ଉନ୍ନତିକରଣ କରିବା କାର୍ୟ୍ୟକୁ ଅନୁମୋଦନ ଦିଆଯାଇଛି।
ଭୁବନେଶ୍ୱରରେ ବିଧାୟକଙ୍କ ନିମନ୍ତେ ଗୃହ ନିର୍ମାଣ ପାଇଁ ମଧ୍ୟ ଯେଉଁ ପ୍ରସ୍ତାବ ଦିଆଯାଇଥିଲା, ତାହାକୁ ଅନୁମୋଦନ ମାରିଛନ୍ତି ରାଜ୍ୟ ସରକାର। ରାଜ୍ୟର ସ୍ପୋର୍ଟସ ହଷ୍ଟେଲରେ ପଢୁଥିବା ପିଲାମାନଙ୍କ ଶାରୀରିକ ଶିକ୍ଷା ମହାବିଦ୍ୟାଳୟରେ ୧୫ ପ୍ରତିଶ ଆସନ ସରକ୍ଷଂଣ ବ୍ୟବସ୍ଥା କରାଯାଇଛି। ଯଦ୍ୱାରା ଖେଳ ପ୍ରତି ପିଲାମାନଙ୍କ ଇଛାଶକ୍ତି ବୃଦ୍ଧି ଘଟିବ ବୋଲି କୁହାଯାଇଛି।