ଧାମରାର ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଓ ଫାଇଭ-ଟି ସଚିବ
ଆଜି ଭଦ୍ରକ ଜିଲ୍ଲାର ଧାମରା ବନ୍ଦର ପରିଦର୍ଶନ କରି ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରୁଛନ୍ତି ମୁଖ୍ୟ ଶାସନ ସଚିବ ଓ ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ । ପ୍ରସ୍ତାବିତ ବାଲିମୁଣ୍ଡା ଏୟାର ଷ୍ଟ୍ରିପ୍ ଓ କଇଁଥଖୋଲା ଶିଳ୍ପାଞ୍ଚଳ ବୁଲି ଦେଖିଲେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ।
ସେହିପରି ଏଲଏନ୍ଜି ଟର୍ମିନାଲ ବୁଲି ଦେଖିବା ପରେ କମ୍ୟୁନିଟି ସେଣ୍ଟରରେ ପହଞ୍ଚିଛନ୍ତି ଫାଇଭ-ଟି ସଚିବ । ସେଠାରେ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରିଛନ୍ତି।