ବିଜେଡିର ବିଜୟ ପରେ ପଦ୍ମପୁରବାସୀଙ୍କୁ ଧନ୍ୟବାଦ ଜଣାଇଲେ ମାନ୍ୟବର ମୁଖ୍ୟମନ୍ତ୍ରୀ

0

ଆପଣମାନଙ୍କୁ ସମସ୍ତଙ୍କୁ ମୋର ଜୁହାର ଏବଂ ଏହି ଅଭୂତପୂର୍ବ ବିଜୟ ପାଇଁ ଧନ୍ୟବାଦ। ଏହା ଆଉ କାହାର ବିଜୟ ନୁହେଁ। ଏହା ପଦ୍ମପୁରବାସୀଙ୍କ ବିଜୟ ।

ବିଜେଡିର ଲକ୍ଷ ଲକ୍ଷ କର୍ମୀମାନଙ୍କୁ ମୁଁ ଧନ୍ୟବାଦ ଜଣାଇବାକୁ ଚାହୁଁଛି। ଆପଣମାନେ ବହୁତ systematically ଓ ନିଷ୍ଠାର ସହ କାମ କରିଛନ୍ତି। ସରକାରଙ୍କ ଭଲ ଭଲ ଯୋଜନା ଗୁଡିକୁ ଲୋକଙ୍କ ପାଖରେ ରଖିଛନ୍ତି ଓ ବିରୋଧୀ ଦଳର ସବୁ ମିଛ କଥାକୁ ଲୋକଙ୍କ ସମ୍ମୁଖରେ ରଖିଛନ୍ତି ।

କିଛି ଲୋକ ମୋତେ ପଚାରୁଛନ୍ତି, ଆପଣ ତ ପଞ୍ଚାୟତ ଇଲେକ୍‌ସନରେ ଯାଇ ନ ଥିଲେ, ବିଭିନ୍ନ ବାଇ-ଇଲେକ୍‌ସନରେ ବି ଯାଇ ନ ଥିଲେ, ଏ ପଦମପୁର ଇଲେକ୍‌ସନରେ କାହିଁକି ଗଲେ ? ମୁଁ କହିବାକୁ ଚାହୁଁଛି ଯେଭଳି ଭାବରେ ଜଣେ ମହିଳାଙ୍କୁ, ଜଣେ ଶିକ୍ଷିତ ଅଳ୍ପ ବୟସର ମହିଳାଙ୍କୁ, ଜଣେ ବାପା ହରାଇ ଦୁଃଖରେ ଥିବା ମହିଳାଙ୍କୁ – ରାଜ୍ୟ ବିଜେପିର କିଛି ନେତୃମଣ୍ଡଳୀ ଅସମ୍ମାନ କଲେ, ତାହା ମୋତେ ବହୁତ ଦୁଃଖ ଦେଲା ।

ମୁଁ ଭାବୁଛି, ଏହା କେବଳ ମୋ ପାଇଁ ଦୁଃଖ ନୁହେଁ । ଓଡିଶାର ସବୁ ମହିଳା ମାନଙ୍କ ପାଇଁ ଦୁଃଖର କଥା ।

ରାଜନୀତିରେ ହାରିବା ଓ ଜିତିବା, ଇଲେକସ୍‌ନ ଲଢିବା ଅଲଗା କଥା । କିନ୍ତୁ ଜଣେ ମହିଳାଙ୍କୁ ଏଭଳି ଭାବରେ ଅସମ୍ମାନ କରିବା, ଅତି ନିନ୍ଦନୀୟ।

ସେଥିପାଇଁ ମୁଁ ନିଷ୍ପତ୍ତି ନେଲି, ମୁଁ ନିଜେ ଯାଇ ବର୍ଷା ସିଂ ପାଖରେ ଠିଆ ହେବି – ଜଣେ ବାପା ଭଳି, ଜଣେ ଭାଇ ଭଳି, ଜଣେ ବନ୍ଧୁ ଭଳି । ବାପା ହରାଇଥିବା ବର୍ଷା ସାଙ୍କରେ ଠିଆ ହେବି ।

ମୁଁ ବିରୋଧୀ ଦଳକୁ–ରାଜ୍ୟର ବିଜେପି ନେତୃମଣ୍ଡଳୀ ଙ୍କୁ ନମ୍ରତାର ସହ ଜଣାଇ ଦେବାକୁ ଚାହୁଁଛି ଯେ, ରାଜନୀତି କରିବା ବାହାନାରେ ଯଦି ମହିଳା ମାନଙ୍କୁ ଅସମ୍ମାନ କରାଯିବ, ତାକୁ କେବେ ଓଡିଶାବାସୀ ସମର୍ଥନ କରିବେ ନାହିଁ । ଆଜି ନୁହେଁ……ସଦା ବେଳେ

ଆଉ ଗୋଟେ ଗୁରୁତ୍ବପର୍ଣ୍ଣ କଥା ହେଲା – କେନ୍ଦ୍ର ମନ୍ତ୍ରୀମଣ୍ଡଳର କିଛି ମନ୍ତ୍ରୀମାନେ, ଓଡିଶାବାସୀଙ୍କୁ, ପଦମପୁରବାସୀଙ୍କୁ ଭୁଆଁ ବୁଲାଇବାକୁ ଚେଷ୍ଟା କଲେ । ସେ ଆବାସ ଯୋଜନା ହେଉ, ବା କେନ୍ଦୁପତ୍ରର ଜିଏସଟି ହେଉ, ବା ଫସଲ ବୀମାର ବିଳମ୍ବ ହେଉ, ଏମଏସପି ପ୍ରସଙ୍ଗ ହେଉ, ବା ରେଲ କନେକ୍ଟଭିଟି ହେଉ, … This is extremely unfortunate. ଏହା ଠିକ୍‌ ନୁହେଁ । ଆପଣ କେନ୍ଦ୍ରରେ ଅଛନ୍ତି, ଆମେ ରାଜ୍ୟରେ ଅଛୁ । ମିଶିକରି ଲୋକଙ୍କ ମଙ୍ଗଳ ପାଇଁ କାମ କରିବା । ଓଡିଶାର ଉନ୍ନତି ପାଇଁ କାମ କରିବା ।

ଆଜି ମୁଁ ପଦ୍ମପୁରବାସୀଙ୍କ ପାଖରେ ଋଣୀ । ବିନମ୍ରତାର ସହ କହିବାକୁ ଚାହେଁ ଯେ ଆପଣମାନଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ ହେବ।

ଆଉ ଥରେ ସମସ୍ତଙ୍କୁ ଜୁହାର। ମୁଁ ବହୁତ ଶୀଘ୍ର ପଦମପୁରକୁ ଆସିବି। ଆପଣମାନଙ୍କର ଆଶୀର୍ବାଦ ନେବି ।

Leave a comment