ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୫ ଜଣ ନୂଆ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

0

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ଵରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ଚାଲିଥିବା ଉନ୍ନତ୍ତମାନର ସାର୍ବଜନୀନ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ନିରନ୍ତର ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ସ୍ବାସ୍ଥ୍ୟ ଯୋଜନା, ମେଡ଼ିକାଲ୍ କଲେଜ ଓ ହସ୍ପିଟାଲରେ ୫ ଜଣ ନୂଆ ପରାମର୍ଶଦାତାଙ୍କୁ ନିଯୁକ୍ତ କରିଛନ୍ତି।

କ୍ୟାପିଟାଲ୍ ଡାକ୍ତରଖାନାର ସୁପରିଚାଳନା ଓ ବିକାଶ ପାଇଁ ସଞ୍ଜୟ ସେଠିଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ପୁଷ୍ପାଞ୍ଜଳି ରଣା, କେ ଶାନ୍ତି ଓ ରଞ୍ଜନ ବିଶ୍ବାଳଙ୍କୁ ଯଥାକ୍ରମେ ବିଏସକେୱାଇ, ଏମ୍.କେ.ସି.ଜି. ମେଡ଼ିକାଲ୍ କଲେଜ ଓ ହସ୍ପିଟାଲ ବରହମପୁର ଏବଂ ନିରାମୟ ଯୋଜନାର ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି।

ଓଡ଼ିଶାର ଗାଁ ଗହଳିରେ ବଡ଼ ମେଡ଼ିକାଲ୍ ଭାବେ ଜଣାଶୁଣା କଟକର ଶ୍ରୀ ରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ୍ କଲେଜ ଏବଂ ହସ୍ପିଟାଲ ପାଇଁ ୨ ଜଣ ପରାମର୍ଶଦାତା ନିଯୁକ୍ତି ହୋଇଛନ୍ତି। ଏହି ଦୁଇ ଅଧିକାରୀ ହେଲେ ଦିଲ୍ଲୀପ କୁମାର ସାହୁ ଓ ସ୍ବପ୍ନାରାଣୀ ପାତ୍ର।

ନୂଆ ନିଯୁକ୍ତି ପାଇଥିବା ସମସ୍ତ ପରାମର୍ଶଦାତାମାନେ ଅବୈତନିକ ଭାବେ ଲୋକମାନଙ୍କ ପାଇଁ ଓ ସରକାରୀ ବ୍ୟବସ୍ଥା ମଧ୍ୟରେ ସେବା ଯେଗାଇବାକୁ ଇଛା ପ୍ରକାଶ କରିଛନ୍ତି। ତେବେ ରାଜ୍ୟ ସରକାରଙ୍କ ନିର୍ଦ୍ଧାରିତ ନିୟମ ଅନୁସାରେ ସେମାନଙ୍କୁ ଗସ୍ତ ଏବଂ ଆନୁସଙ୍ଗିକ ସୁବିଧା ଯୋଗାଇଦିଆଯିବ ବୋଲି ବିଭାଗୀୟ କାର୍ଯାଳୟର ବିଜ୍ଞପ୍ତିରୁ ଜଣାପଡ଼ିଛି।

Leave a comment