ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କଲେ କେନ୍ଦ୍ରମନ୍ତ୍ରୀ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକ ସାକ୍ଷାତ୍ କରିଛନ୍ତି । ଏନେଇ କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।
ନିକଟରେ ରାଷ୍ଟ୍ରପତି ଓଡିଶା ଗସ୍ତରେ ଆସିଥିଲେ । ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ସେ ଜନ୍ମମାଟି ମୟୂରଭଞ୍ଜ ଆସିଥିଲେ ।
ରାଷ୍ଟ୍ରପତି ଭବନରେ ଭାରତର ମାନ୍ୟବର @rashtrapatibhvn ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ୍ କଲି ।