ଆଇଏଏସ୍‌ ସ୍ତରରେ ଅଦଳବଦଳ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାପରେ ଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ପଦରୁ ବିଷ୍ଣୁ ସେଠୀଙ୍କ ବଦଳି କରାଯାଇଛି। ତାଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସ୍‌ଡି ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି।

ସେହିପରି ଅରବିନ୍ଦ ଅଗ୍ରୱାଲଙ୍କୁ ଉଚ୍ଚଶିକ୍ଷା ବିଭାଗର ସଚିବ ଭାବେ ଦାୟିତ୍ବ ସହିତ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦେଶକ ଓ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ନିର୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ମଧ୍ୟ ପ୍ରଦାନ କରାଯାଇଛି। ଅପରପକ୍ଷରେ ଅର୍ଥ ବିଭାଗର ପ୍ରମୁଖ ସଚିବ ଥିବା ବିଶାଲ ଦେବଙ୍କୁ ଓଏଚପିସି (OHPC) ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି।

Leave a comment