ଝୁଲି ଝୁଲି ଆସୁଛନ୍ତି କାଳିଆ ସାଆନ୍ତ

0

ନବଦିନାତ୍ମକ ଯାତ୍ରା କରି ଜନ୍ମବେଦୀରେ ଲୀଳାଖେଳା ସାରି ଆଜି ରତ୍ନବେଦୀକୁ ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି । ଏ ନେଇ ନୀତିକାନ୍ତି ପରେ ଆରମ୍ଭ ହୋଇଛି ପହଣ୍ଡି । ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ଦେଇ ଗୋଟି ପହଣ୍ଡିରେ ଆସୁଛନ୍ତି କାଳିଆ ସାଆନ୍ତେ । ଶରଧାବାଲିରେ ଛିଡ଼ା ହୋଇଛନ୍ତି ତିନିରଥ ।

ପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ପରେ ହୋଇଛି ବଡ଼ଠାକୁର ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ବିଜେ । ଏହା ପରେ ଧାଡ଼ି ପହଣ୍ଡିରେ ଆସି ରଥରେ ବିଜେ କରିଛନ୍ତି ମା ସୁଭଦ୍ରା । ଟାହିଆ ହଲାଇ କାହାଳୀ, ଘଣ୍ଟବାଦ୍ୟରେ ଶରଧାବାଲିରେ ଝୁଲିଝୁଲି ଆସୁଛନ୍ତି ବଡ଼ ଠାକୁର । ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶରଧାବାଲି ।

ବାହୁଡ଼ା ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ୧୮୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ଆଇନ ଶୃଙ୍ଖଳା, ଟ୍ରାଫିକ ଓ ଶୃଙ୍ଖଳିତ ରଥଟଣା ଉପରେ ନଜର ରଖାଯାଇଛି । ସ୍ୱତନ୍ତ୍ର ଟ୍ରାଫିକ ମୋବିଲିଟି ପ୍ଲାନ୍ ଆପଣାଯାଇଛି । ଜରୁରୀକାଳୀନ ସେବା ପାଇଁ ଗ୍ରୀନ୍ କରିଡର ବ୍ୟବସ୍ଥା ହୋଇଛି । ସୁନାବେଶରେ ମଧ୍ୟ ଭକ୍ତଙ୍କ ସମାଗମକୁ ଲକ୍ଷ୍ୟ ରଖି ସ୍ୱତନ୍ତ୍ର ବ୍ୟାରିକେଡ୍ ଆଦିର ବ୍ୟବସ୍ଥା କରାଯିବ ।

 

 

Leave a comment