ମାହାଙ୍ଗା ଡବଲ ମର୍ଡର ମାମଲା, ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅଡୁଆ

0

ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅଡୁଆ ବଢ଼ିଛି। ପ୍ରତାପଙ୍କ ନାଁରେ ମାମଲା ଚାଲୁ ରଖିବାକୁ ସାଲେପୁର JMFC କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହତ୍ୟା, ହତ୍ୟା ଷଡ଼ଯନ୍ତ୍ର ଓ ଧମକ ଦଫାରେ ମାମଲା ଚାଲୁ ରହିବ ବୋଲି କୋର୍ଟ କହିଛନ୍ତି। ଧର୍ତ୍ତବ୍ୟ ଅପରାଧ ଭାବେ ମାମଲା ଚାଲୁ ରଖିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ ପ୍ରତାପ ଜେନା ବିଧାୟକ ହୋଇଥିବାରୁ ମାମଲା ଭୁବନେଶ୍ୱର ସ୍ପେଶାଲ କୋର୍ଟ ସ୍ଥାନାନ୍ତର କରାଯାଇଛି।

Leave a comment