ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟେନ୍ ଟ୍ରାଜେଡି; ଏଯାବତ ୬ ମୃତ, ୪୦ ରୁ ଅଧିକ ଆହତ, ଉଦ୍ଧାର କାର୍ଯ୍ୟ ଜାରି

0

ବିଜୟନଗରମ କଣ୍ଟକାପଲ୍ଲୀ ନିକଟରେ ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଦୁର୍ଘଟଣା ଘଟିଛି । ତେବେ ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି । ମୃତାହତଙ୍କ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଂକା କରାଯାଉଛି । ସିଗନାଲ ପାଇଁ ଅପେକ୍ଷା କରିଥିବା ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜରଙ୍କୁ ପଛପଟୁ ଧକ୍କା ଦେଇଛି ପଲାସା ଏକ୍ସପ୍ରେସ୍ । ଆନ୍ଧ୍ର ପ୍ରଦେଶର ଆଲମଣ୍ଡା ଓ କଣ୍ଟକାପଲ୍ଲୀ ଷ୍ଟେସନ୍ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ରାୟଗଡ଼ା ପାସେଞ୍ଜରର ୪ରୁ ୫ଟି ବଗି ଲାଇନଚ୍ୟୁତ ହୋଇଛି ।

ବିଶାଖାପାଟଣା ଏବଂ ବିଜୟନଗରମ ଠାରୁ ଦୁର୍ଘଟଣା ରିଲିଫ ଟ୍ରେନ୍ ଯାଇଛି । ବିଶାଖାପାଟଣା ଠାରୁ ଡିଆରଏମ୍ କାର୍ଯ୍ୟାଳୟ ଅଧିକାରୀ ମଧ୍ୟ ଘଟଣାସ୍ଥଳକୁ ଯାଇଥିବା ଜଣାପଡିଛି । ଅନ୍ୟପଟେ ସ୍ଥାନୀୟ ପ୍ରଶାସନ ଓ ଉଦ୍ଧାରକାରୀ ଟିମ୍ ରେସ୍କ୍ୟୁ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ତେବେ ବିଦ୍ୟୁତ୍ ତାର ଛିଣ୍ଡି ଥିବାରୁ ଉଦ୍ଧାରକାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଘଟଣା ପୂରା ଘଟଣା ଉପରେ ନଜର ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ଆହତଙ୍କୁ ଉନ୍ନତମାନର ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ନିର୍ଦ୍ଦେଶ ଦେଇଛନ୍ତି ।

Leave a comment