ମେ’ ୬ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ସାଇକ୍ଲୋନିକ୍ କ୍ଷେତ୍ର
ମେ’୬ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ୍ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ନିମ୍ନ ଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।
ରାଜ୍ୟର କିଛି ଜିଲ୍ଲା କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୩୦ରୁ ୪୦କିମି ବେଗରେ ପବନ ହେବାର ସମ୍ଭାବନା ରହିଛି । ୩ ଓ ୪ ତାରିଖରେ ବି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ୪ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।