ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ

ରାଜ୍ୟରେ ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ୨୦୦୮ ବ୍ୟାଚ ଆଇଏଏସ୍ ୟାମିନୀ ଷଡଙ୍ଗୀଙ୍କୁ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ବଦଳି କରାଯାଇଛି।
୨୦୨୦ ଆଇଏଏସ୍ ବେଦଭୂଷଣଙ୍କୁ ସମ୍ବଲପୁର ମହାନଗର ନିଗମର କମିଶନର ଭାବେ ନିଯୁକ୍ତି କରାଯାଇଛି। ଶ୍ରୀ ବେଦଭୂଷଣ ଧର୍ମଗଡର ଉପଜିଲ୍ଲାପାଳ ଥିଲେ। ବରିଷ୍ଠ ଓଏଏସ୍ ଅଫିସର ନୃସିଂହ ଚନ୍ଦ୍ର ସ୍ୱାଇଁଙ୍କୁ ବୌଦ୍ଧ ଜିଲ୍ଲାପାଳ ଭାବେ ଦାୟିତ୍ଵ ଦିଆଯାଇଛି। ଶ୍ରୀ ସ୍ୱାଇଁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଥିଲେ।