ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଛାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା
ଗଞ୍ଜାମ ରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞଳର ତିନି ଜଣ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ମାନଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତକ ଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ।
ସେହିପରି ଏହି ଦୁର୍ଘଟଣାରେ ଆହତ ଛାତ୍ର ମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଆଜି ସକାଳୁ ଗଞ୍ଜାମରୁ ପିକନିକ ସାରି ଫେରିବା ବେଳେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ତିନି ଜଣଙ୍କର ମୃତ୍ୟୁ ଘଟିଥିଲୋ । ପରବର୍ତ୍ତୀ ସମୟରେ ଜଣାପଡିଛି ଯେ, ସମସ୍ତ ମୃତକ ହେଉଛନ୍ତି ଛାତ୍ର ।