ଓବିସିଙ୍କ ପାଇଁ ଅତିରିକ୍ତ ୫ ବର୍ଷ କୋହଳ

୧୨ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସନ୍ଧ୍ୟା ୭.୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ର ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ୧୨ ପ୍ରସ୍ତାବକୁ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି । ଓଡ଼ିଶା ସରକାରଙ୍କ ଚାକିରିରେ ବୟସ ସୀମାକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହା ୩୨ ବର୍ଷ ରହିଥିବା ବେଳେ ଏହାକୁ ୩୮ ବର୍ଷକୁ ବୃଦ୍ଧି କରାଯାଇଛି । ଏସ୍‌ସି, ଏସ୍‌ଟି ଏବଂ ଓବିସିଙ୍କ ପାଇଁ ଅତିରିକ୍ତ ୫ ବର୍ଷ କୋହଳ କରାଯାଇଛି । ସେହିପରି ମହିଳାଙ୍କ ପାଇଁ ମଧ୍ୟ ୫ ବର୍ଷ କୋହଳ କରାଯାଇଛି । ଅର୍ଥାତ୍‌ ମହିଳାମାନେ ୪୩ ବର୍ଷ ପର୍ଯ୍ୟନ୍ତ ଚାକିରି ପାଇଁ ଆବେଦନ କରିପାରିବେ ।

ଏଥିସହିତ ୫ ଟି ପାନୀୟ ଜଳ ମେଗା ପ୍ରକଳ୍ପ ପାଇଁ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି । ଭୁବନେଶ୍ୱର ଆଇଆଇଟିକୁ ୬୧୮ ଏକର ୬୬ ଡେସିମିଲ୍‌ ଜମି ଯୋଗାଇ ଦିଆଯିବା ନେଇ କ୍ୟାବନେଟ୍‌ ବୈଠକରେ ନିଷ୍ପତ୍ତି ହୋଇଛି । ଏହି ଜମି ବିନା ମୂଲ୍ୟରେ ଯୋଗାଇ ଦିଆଯିବ । ସେହିପରି OPSC ଜରିଆରେ ଅବକାରୀ ବିଭାଗର DSPଙ୍କୁ ନିଯୁକ୍ତି ଦିଆଯିବା ନେଇ ଜଣାପଡ଼ିଛି ।

Leave a comment