ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ତାଙ୍କ ବାପା, ମାଆ ଓ ପତ୍ନୀ ବିଦ୍ୟାଶ୍ରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ମାମଲାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି।ସୂଚନାଯୋଗ୍ୟ, ସମାଜସେବୀ ଆଦିତ୍ୟ ଦାଶ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି, ଏହାକୁ ନେଇ ଲାଗି ରହିଛି ସସପେନ୍ସ।  ଏହାର ଖିଅ ଖୋଜିବା ପାଇଁ କ୍ରାଇମ୍‌ବ୍ରାଞ୍ଚ ଗୁଡ଼ାଇ ତୁଡ଼ାଇ ଘଟଣାର ତଦନ୍ତ କରୁଛି। ଏହି ମାମଲାରେ ଗତକାଲି ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଥିବା ବେଳେ ଆଜି ଆଦିତ୍ୟଙ୍କ ୩ ସହଯୋଗୀ  ପପୁ, ବିକାଶ, ଦୀପୁଙ୍କର ଏହି ଟେଷ୍ଟ ଆଜି  ଆରମ୍ଭ ହୋଇଯାଇଛି। ଭୁବନେଶ୍ୱର ଫରେନସିକ୍ ଲ୍ୟାବରେ ସେମାନଙ୍କର ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି।

Leave a comment