ଅଯୋଧ୍ୟାରୁ ଗଡିଲା ଅମୃତ ଭାରତ ଟ୍ରେନ୍, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

0

ଅଯୋଧ୍ୟାରୁ ଗଡିଲା ଅମୃତ ଭାରତ ଟ୍ରେନ୍ । ସବୁଜ ପତାକା ଦେଖାଇ ୨ଟି ଅମୃତ ଭାରତ ଟ୍ରେନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହ 6ଟି ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ ଓ ଅଯୋଧ୍ୟା ଧାମ ଷ୍ଟେସନର ଉଦଘାଟନ କରିଛନ୍ତି ପିଏମ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହାର ଶୁଭାରମ୍ଭ କରିଛନ୍ତି । ଆଜି ପ୍ରଧାନମନ୍ତ୍ରୀ ନିଜର ଅୟୋଧ୍ୟା ଗସ୍ତ ସମୟରେ ଏହାର ଶୁଭାରମ୍ଭ କରିଛନ୍ତି ।

ପରେ ପ୍ରଧାନମନ୍ତ୍ରୀ ଏକ ସାଧାରଣ କାର୍ଯ୍ୟକ୍ରମରେ ଯୋଗଦେବେ ଯେଉଁଠାରେ ସେ ୧୫,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ପକାଇବେ । ଏଥିରେ ଅଯୋଧ୍ୟା ଏବଂ ଏହାର ଆଖପାଖ ଅଞ୍ଚଳର ବିକାଶ ପାଇଁ ପ୍ରାୟ ୧୧,୧୦୦ କୋଟି ଟଙ୍କା ଏବଂ ଉତ୍ତରପ୍ରଦେଶର ଅନ୍ୟାନ୍ୟ ପ୍ରକଳ୍ପ ପାଇଁ ପ୍ରାୟ ୪୬୦୦ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଅନ୍ତର୍ଭୁକ୍ତ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ରାସ୍ତାଘାଟଗୁଡିକ ସୁସଜ୍ଜିତ କରାଯାଇଛି । ବିଭିନ୍ନ ସ୍ଥାନରେ ଡବଲ ଇଞ୍ଜିନର ନାରା ସହ ବିକାଶଠୁ ନେଇ କେନ୍ଦ୍ରୀୟ ଯୋଜନାର ହୋର୍ଡିଂ ଲାଗିଛି ।

Leave a comment