ପୁଣି ରାଜଧାନୀରେ ଛାତ୍ରଙ୍କ ଆତ୍ମହତ୍ୟା
ରାଜଧାନୀରେ ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା । ଭୁବନେଶ୍ୱରରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଛାତ୍ର ଜଣଙ୍କ ଆତ୍ମହତ୍ୟା କରିଛନ୍ତି । ମୃତ ଛାତ୍ରଙ୍କ ନାମ ମନୀଷ ସରକାର ବୋଲି ଜଣାପଡିଛି । ଏବେଯାଏଁ କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଖବର ଅନୁଯାୟୀ, ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ବିବିଏ ପାଠ୍ୟକ୍ରମର ଶେଷ ବର୍ଷର ଛାତ୍ର ଥିଲେ ମନୀଷ । ହେଲେ ରବିବାର ଦିନ ସେ ଆତ୍ମହତ୍ୟା କରିଥିବା ଖବର ଆସୁଛି । ତେବେ ସେ କଣ ପାଇଁ ଆତ୍ମହତ୍ୟା କଲେ । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ପୋଲିସ ତଦନ୍ତ ଏବଂ ପୋଷ୍ଟମର୍ଟମ ରିପୋର୍ଟ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ।
ସୂଚନାଯୋଗ୍ୟ ଯେ, ଗତ କିଛି ମାସ ହେଲା ଭୁବନେଶ୍ୱରରେ ଏକାଧିକ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ତେବେ କାହିଁକି ଛାତ୍ରଛାତ୍ରୀମାନେ ଆତ୍ମହତ୍ୟା କରୁଛନ୍ତି ସେ ନେଇ ଏବେ ବିଭିନ୍ନ ମହଲରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।