୩ରେ ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ!
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସୋଆ ଜଳବାୟୁ ଓ ପାଣିପାଗ ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି ଯେ, ରାଜ୍ୟରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବିଶେଷ ବର୍ଷା ହେବାର ନାହିଁ । ଜୁଲାଇ ୩ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ସୋମବାର ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଗଞ୍ଜାମ, ଗଜପତି, ବରଗଡ, ଦେବଗଡ, ଅନୁଗୁଳ ଜିଲ୍ଲାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଜୁନ ୧୬ରେ ମୌସୁମୀ ଛୁଇଁବା ପରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ସାଧାରଣତଃ ମେଘୁଆ ରହିଛି । ତେବେ ଆଜି ଠାରୁ ୨୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହିତ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।