ବାଳକୃଷ୍ଣ ମହାପାତ୍ର ହେଲେ ରାଜ୍ୟ ସୂଚନା କମିଶନର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟର ନୂତନ ସୂଚନା କମିଶନର ଭାବେ ପୂର୍ବତନ ଜିଲ୍ଲା ଜଜ୍ ବାଳକୃଷ୍ଣ ମହାପାତ୍ର ଶପଥ ଗ୍ରହଣ କରିଛନ୍ତି । ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ରାଜଭବନରେ ବାଳକୃଷ୍ଣ ମହାପାତ୍ରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
ସୂଚନା ଅନୁଯାୟୀ, ଶ୍ରୀ ବାଳକୃଷ୍ଣ ମହାପାତ୍ର ପୂର୍ବରୁ ଗଞ୍ଜାମ ଜିଲ୍ଲା ଜଜ୍ ଭାବେ କାର୍ଯ୍ୟ କରୁଥିଲେ ।
ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିରୋଧୀ ଦଳର ନେତା ପ୍ରଦୀପ୍ତ କୁମାର ନାୟକ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ମୁଖ୍ୟ ସୂଚନା କମିଶନ ସୁନୀଲ କୁମାର ମିଶ୍ର, ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।