ନିଶାସକ୍ତ ଫାର୍ମାସିଷ୍ଟଙ୍କ ଉନ୍ମତକାଣ୍ଡ, ଲୋକଙ୍କୁ କଲେ ଆକ୍ରମଣ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମେଡିକାଲରେ ନିଶାସକ୍ତ ଫାର୍ମାସିଷ୍ଟଙ୍କ ଉନ୍ମତ୍ତ କାଣ୍ତ । କୋଭିଡ ଟିକା ନେବାକୁ ଆସିଥିବା ଲୋକଙ୍କୁ ଗୋଡାଇ ଗୋଡାଇ କଲେ ଆକ୍ରମଣ। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ଇଡଦା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ।

ସୂଚନାଯୋଗ୍ୟ, ସ୍ୱାସ୍ଥ୍ୟକେନ୍ଦ୍ରର ଫାର୍ମାଷିଷ୍ଟ ଶିବାଶିଷ ଟୁଡୁ ଆଜି ସକାଳେ ନିଶାସକ୍ତ ଅବସ୍ଥାରେ ଥିବାବେଳେ ଦାଣ୍ତି ଗ୍ରାମର ପ୍ରଶାନ୍ତ ଘଡାଇ ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରକୁ ଟିକା ନେବାକୁ ଯାଇଥିଲେ । ନିଶାସକ୍ତ ଅବସ୍ଥାରେ ଥିବା ଫାର୍ମାଷିଷ୍ଟଙ୍କୁ ଭ୍ୟାକସିନ ନେବା ବିଷୟରେ ପଚାରିବାରୁ ସେ ପ୍ରଶାନ୍ତଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିବା ସହ ମଦ ବୋତଲରେ ଆକ୍ରମଣ କରିଥିଲେ । ଫାର୍ମାସିଷ୍ଟଙ୍କ ଆକ୍ରମଣରେ ପ୍ରଶାନ୍ତଙ୍କ ଶରୀରରେ ଗଭୀର କ୍ଷତ ସୃଷ୍ଟି ହୋଇଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ନିଶାସକ୍ତ ଫାର୍ମାଷିଷ୍ଟଙ୍କୁ ଥାନାକୁ ନେଇଥିଲା। ତେବେ କିଛି ମାସ ପୂର୍ବରୁ ମଧ୍ୟ ଉକ୍ତ ଫାର୍ମାସିଷ୍ଟ ନିଶାସକ୍ତ ଅବସ୍ଥାରେ ଲୋକମାନଙ୍କୁ ଖଣ୍ତା ରେ ଗୋଡାଇ ଗୋଡାଇ ଆକ୍ରମଣ କରିଥିଲେ। ତେବେ ଏଭଳି ନିଶାସକ୍ତ ଫାର୍ମାସିଷ୍ଟକୁ ଚାକିରୀ ରୁ ବହିଷ୍କାର କରିବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି ।

Leave a comment