ଆଜି ମହାପ୍ରଭୁଙ୍କ ବଳିବାମନ ବେଶ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶୁକ୍ରବାର ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଓ ବିଶ୍ବକର୍ମା ପୂଜା ଅବସରରେ ସର୍ବସାଧାରଣଙ୍କ ପାଇଁ ବନ୍ଦ ଥିଲା । ତେବେ ଶନିବାର ଦିନ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ସ୍ଵାଭାବିକ ହୋଇଛି। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ।

ଖବର ଅନୁଯାୟୀ, ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ। ଶ୍ରୀବଳଭଦ୍ର ରାଜ ବେଶ ଧାରଣ କରିବାକୁ ଥିବା ବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜ୍ଜିତ ହେବେ। ଏହା ସହ ଗରୁଡ଼ ପାର୍ଶ ପରିବର୍ତନର ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ। ଆଜି ଶ୍ରୀମନ୍ଦିରରେ ଦ୍ବିପହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜ୍ଜିତ କରାଯିବ। ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ଏହି ବେଶ ରହିବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସ୍ଵର୍ଣ ଅଳଙ୍କାର ବିଭୁଷିତ କରାଯିବ। ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜଙ୍କୁ ପାତାଳରେ ଚାପି ଦେଇଥିଲେ। ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାବନ ବେଶ ସହ ସହ ବର୍ଷ ଧରି ଅନୁଷ୍ଠିତ ହୋଇ ଆସୁଛି।

Leave a comment

You cannot copy content of this page