ବାଣପୁର ଗ୍ୟାସ୍ ସିଲିଣ୍ଡର ଦୁର୍ଘଟଣା : ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ବାଣପୁର ଗ୍ୟାସ୍ ସିଲିଣ୍ଡର ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା । ଗୁରୁବାର ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ୍ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ବ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସୂଚନାଯୋଗ୍ୟ ଗୁରୁବାର ଘଟିଥିବା ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୭ ଜଣଙ୍କ ସମେତ ୧୦ ଜଣ ଆହତ ହୋଇଛନ୍ତି ।

Leave a comment