ଲଘୁଚାପ ୨୧ରେ ନେଇପାରେ ବାତ୍ୟା ରୂପ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତା ୧୯ ତାରିଖ ବେଳକୁ ଏକ ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହେବ । ପରେ ଏହା ଦିଗ ବଦଳାଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ୍ ସାଗରରେ ପହଞ୍ଚିବ । ଆଣ୍ଡାମାନ୍ ଓ ନିକୋବର ଦୀପପୁଞ୍ଜରୁ ଉତ୍ତର-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ୨୦ ତାରିଖ ସକାଳ ସୁଦ୍ଧା ଏହା ଡିପ୍ରେସନରେ ପରିଣତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
୨୧ ତାରିଖ ବେଳକୁ ଏହା ଆହୁରି ଘନିଭୂତ ହୋଇ ସାଇକ୍ଳୋନିକ ଷ୍ଟର୍ମରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ପରେ ୨୨ ମାର୍ଚ୍ଚ ପର୍ଯ୍ୟନ୍ତ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗକୁ ଗତିକରିବ । ପରବର୍ତ୍ତୀ ସମୟରେ ପୁଣି ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତର-ପୂର୍ବ ଦିଗକୁ ଗତିକରିବା ସହ ୨୩ ମାର୍ଚ୍ଚ ସକାଳ ସୁଦ୍ଧା ବାଂଲାଦେଶ ନିକଟ ଏବଂ ଉତ୍ତର ମିଆଁମାରରେ ଉପକୂଳ ଛୁଇଁବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ସାଇକ୍ଳୋନିକ ଷ୍ଟର୍ମର ତୀବ୍ରତା ଏବଂ ବେଗ କେତେ ରହିବ ତାହା ଏବେ ବି ଅସ୍ପଷ୍ଟ ରହିଛି ।