ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ବିଜେଡିର କର୍ମୀ ସମ୍ମିଳନୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ରଘୁନାଥ ପୁର ବ୍ଲକର ଗୁଆଳିପୁର ପଞ୍ଚାୟତରେ ବିଜୁ ଜନତା ଦଳର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ଶଙ୍ଖ ଚିହ୍ନରେ ବିପୁଳ ପରିମାଣରେ ଭୋଟ ଦେଇ ଜୟଯୁକ୍ତ କରିବା ପାଇଁ ଏହି ସମ ନିବେଦନ କରାଯାଇଛି ।

ଏହି ସମ୍ମିଳନୀରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଂଜୟ କୁମାର ଦାସବର୍ମା, ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓ, ସାଲେପୁର ବିଧାୟକ ପ୍ରସାନ୍ତ ବେହେରା, ସୁକିନ୍ଦା ବିଧାୟକ ପ୍ରିତିରଞ୍ଜନ ଘଡେ଼ଇ, ଓ ଗୁଆଳିପୁର ପଞ୍ଚାୟତ ର ପର୍ଯ୍ୟବେକ୍ଷକ ରାଜା ଚକ୍ର , ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ କିଶୋର କୁମାର ନାୟକ, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ, ବ୍ଲକ ସଭାପତି ଦିପୁ ତ୍ରିପାଠୀ ଓ ଅନ୍ୟମାନେ ଉପସ୍ଥିତି ଥିଲେ ।

Leave a comment