ବିଜେଡି କର୍ମୀଙ୍କୁ ପିଟି ପିଟି ମାରିଦେଲେ

0

ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଭଦ୍ରକରେ ରାଜନୈତିକ ଆକ୍ରୋଶରୁ ଜଣେ ବିଜେଡି କର୍ମୀଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ବିଜେପି କର୍ମୀ । ଏମିତି ଅଭିଯୋଗ ଆସିଛି ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଞ୍ଚଳରୁ । ଧାମନଗର ଥାନା ଦଳାଙ୍ଗ ପଞ୍ଚାୟତ ଜାହାଙ୍ଗିର ଅଞ୍ଚଳରେ ରାଜନୈତିକ ଆକ୍ରୋଶ ଯୋଗୁଁ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା ନେଇ ମୃତକଙ୍କ ସମ୍ପର୍କୀୟ ଅଭିଯୋଗ ହୋଇଛି । ମୃତକ ହେଲେ ଜାହାଙ୍ଗିର ଅଞ୍ଚଳର ପ୍ରତାପ ଚନ୍ଦ୍ର ରାଉତ ।

ପ୍ରତାପ ରାତିରେ ଘରକୁ ଯାଉଥିବାବେଳେ କିଛି ବିଜେପି କର୍ମୀ ତାଙ୍କୁ ଆକ୍ରମଣ କରିଥିଲେ । ଖବର ପାଇ ଭାଇ ଓ ଗାଁର କିଛି ଲୋକ ବାହାରକୁ ବାହାରିବାରୁ ତାଙ୍କୁ ମଧ୍ୟ ଧମକ ଦେବା ସହ ମାଡ଼ ମରାଯାଇଛି । ଆକ୍ରମଣର ଶିକାର ହୋଇଥିବା ପ୍ରତାପଙ୍କୁ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିବାବେଳେ, ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ପ୍ରତାପଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ଦେଖାଦେଇଛି. ପୁଲିସ ହତ୍ୟାକାରିକୁ ଧରିବାକୁ ଦାବି ହେଉଛି.

Leave a comment