ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ସଞ୍ଜୟ କୁମାର ଦାସବର୍ମାଙ୍କ ନେତୃତ୍ୱରେ ବ୍ରହ୍ମଗିରି ବ୍ଲକ ୨୮ ନଂ ଜୋନ୍ ରେ ଜନସମ୍ପର୍କ ପଦଯାତ୍ରା

0

ଭୁବନେଶ୍ୱର(ଓଡିଶା ଫାଷ୍ଟ ବ୍ୟୁରୋ):ବିଜୁ ଜନତା ଦଳ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଆଜି ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମାଙ୍କ ନେତୃତ୍ୱରେ ବ୍ରହ୍ମଗିରି ବ୍ଲକ ୨୮ ନଂ ଜୋନ୍ ରେ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଅଛି। ଚାପମାଣିକ ପଞ୍ଚାୟତ ବାବା ଭୀମେଶ୍ୱର ଦେବ ମନ୍ଦିର ଠାରୁ ଛଅ କିଲୋମିଟର ପଦଯାତ୍ରା ଆରମ୍ଭ ହୋଇ ନିଆଜପୁର ପଞ୍ଚାୟତ ମା’ ବସନ୍ତାଇଙ୍କ ମନ୍ଦିର ଠାରେ ପହଞ୍ଚି ଏକ ବିଶାଳ ସଭା ଅନୁଷ୍ଠିତ ହୋଇଯାଇଅଛି। ସଭା କାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଛି।

ଏହା ପରେ ବ୍ରହ୍ମଗିରି ବ୍ଲକ ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ବିଦ୍ୟାଧର ସ୍ଵାଇଁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସାଧାରଣ ସଭାରେ ଶ୍ରୀ ଦାସବର୍ମା କହିଛନ୍ତି ଜନସମ୍ପର୍କ ପଦଯାତ୍ରା ମାଧ୍ୟମରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ ଯୋଜନା ଏବଂ ବାର୍ତ୍ତାକୁ ପ୍ରତ୍ୟେକ ଘରେ ଘରେ ପହଞ୍ଚାଇବା ଆମର ମୂଳ ଲକ୍ଷ୍ୟ। ଜନ ସେବାରେ ନିଜକୁ ନିୟୋଜିତ କରି ବତ୍ରୀ ହୋଇ ରହିବା ପାଇଁ ନିର୍ବାଚିତ ପ୍ରତିନିଧିମାନଙ୍କୁ ପରାମର୍ଶ ଦେଇଛନ୍ତି ।

ଏହି କାର୍ଯ୍ୟକ୍ରମରେ ପୁରୀ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସ୍ଵପ୍ନାରାଣି ସ୍ଵାଇଁ, ପୁରୀ ସଦର ବ୍ଲକ ଅଧ୍ୟକ୍ଷ ଦିବାକର ପାତ୍ର, ପୁରୀ ଜିଲ୍ଲା ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ସୁର ପ୍ରସାଦ ମାହାନ୍ତି, ବ୍ରହ୍ମଗିରି ବିଜୁ ଜନତା ସଭାପତି ବିଦ୍ୟାଧର ସ୍ଵାଇଁ, ବରିଷ୍ଟ ନେତା ପ୍ରଫୁଲ୍ଲ ଜେନା, ଭଗବାନ ନାୟକ, ବ୍ରହ୍ମଗିରି ବ୍ଲକ ଅଧ୍ୟକ୍ଷା ରତ୍ନାବାଳା ବେହେରା, ଉପାଧ୍ୟକ୍ଷା ମାଳିନୀ ଦାଳାଇ, ବ୍ଲକ ପୂର୍ବତନ ଉପାଧ୍ୟକ୍ଷ ଯୁଧିଷ୍ଠିର ନାୟକ, ନିଆଜପୁର ପଞ୍ଚାୟତ ସରପଞ୍ଚ ସୁରେନ୍ଦ୍ର କାଣ୍ଡି, ସମିତି ସଭ୍ୟ ସୁକଦେବ ପଟ୍ଟନାୟକ, ପୂର୍ବତନ ସରପଞ୍ଚଙ୍କ ପ୍ରତିନିଧି ବାବାଜୀ ଦଳାଇ, ଚାପମାଣିକ ପଞ୍ଚାୟତ ସରପଞ୍ଚ ଅମୁଲ୍ୟ ଜେନାଙ୍କ ସମେତ ବ୍ରହ୍ମଗିରି ବ୍ଲକ ବିଜୁ ଜନତା ଦଳର ଦଳୀୟ କର୍ମି, ବରିଷ୍ଟ ନେତୃବୃନ୍ଦ, ବିଜୁ ଯୁବ, ଛାତ୍ର, ମହିଳା ଜନତା ଦଳର ନେତୃବୃନ୍ଦ ଓ ନବନିର୍ବାଚିତ ଜନପ୍ରତିନିଧି ଏବଂ ଜନସାଧାରଣ ମାନେ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ।

Leave a comment