ନ୍ୟୁରୋ ସର୍ଜନ ଡାକ୍ତର ସନାତନ ରଥଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡିଶାର ବିଶିଷ୍ଟ ନ୍ୟୁରୋ ସର୍ଜନ ଡାକ୍ତର ସନାତନ ରଥଙ୍କ ବିୟୋଗରେ ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଗଭୀର ଶୋକ ପ୍ରକାଶ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି ।
ସ୍ୱର୍ଗତଃ ରଥ ଜଣେ ଦକ୍ଷ ନ୍ୟୁରୋ ସର୍ଜନ ଭାବେ ବେଶ ଜଣାଶୁଣା ଥିଲେ ।
ଓଡିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସ୍ୱର୍ଗତଃ ରଥଙ୍କ ଅବଦାନ ଅତୁଳନୀୟ । ସାଧାରଣ ଗରୀବ ଲୋକମାନଙ୍କ ପ୍ରତି ତାଙ୍କର ବିଶେଷ ସମ୍ବେଦନା ଥିଲା । ତାଙ୍କ ବିୟୋଗ ପୂରା ସମାଜ ପାଇଁ ଏକ ଅପୂରଣୀୟ କ୍ଷତି । ସ୍ୱର୍ଗତଃ ରଥଙ୍କ ବିୟୋଗରେ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ଅତ୍ୟନ୍ତ ମର୍ମାହତ ବୋଲି କହିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

Leave a comment