ବଡଗଡ ନେତାଜୀ ଯୁବକ ସଂଘ ପକ୍ଷରୁ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁ ଆନୁକୁଲ୍ଯରେ ନେତାଜୀ ଯୁବକ ସଂଘ, ବଡଗଡ, ଭୁବନେଶ୍ବରର ସଭାପତି ଶ୍ରୀଯୁକ୍ତ ସନ୍ତୋଷ କୁମାର ସିଂହଙ୍କ ନେତୃତ୍ୱରେ ଆଜି ୩ୟ ଥର ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ସଫଳ ଭାବେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୫୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଅଛି ।
ଏହି କାର୍ଯ୍ଯକ୍ରମରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଅଶୋକ ଚନ୍ଦ୍ର ପଣ୍ଡା ,ରାଜ୍ୟସଭା ସଦସ୍ୟ ଶ୍ରୀଯୁକ୍ତ ଅମର ପଟ୍ଟନାୟକ, ଭୁବନେଶ୍ୱର (ମଧ୍ୟ) ବିଧାୟକ ଶ୍ରୀଯୁକ୍ତ ଅନନ୍ତ ନାରାୟଣ ଜେନା,ଭୁବନେଶ୍ୱର (ଉତ୍ତର) ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ରାଉତ ଓ “ଓଡିଶା ମୋ ପରିବାର” ଏକାମ୍ର ସଂଯୋଜକ ଶ୍ରୀଯୁକ୍ତ ଅଶ୍ୱିନୀ ସୁନ୍ଦରାୟ ଯୋଗଦାନ କରିଥିଲେ।