ଭଦ୍ରକ ରେ ଓଲଟିଲା ବସ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭଦ୍ରକ ଜିଲ୍ଲା ରେ ଆଜି ଏକ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୫ ଜଣ ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ଆଜି ଗେଲେଶ୍ୱର ନାମକ ବସ ଭଦ୍ରକ ଜିଲ୍ଲା ଇଚ୍ଛାପୁର-ବାସୁଦେବପୁର ରାସ୍ତାର ବେକମୁଡ଼ି ମେଲଣ ପଡ଼ିଆ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ବସ୍‌ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ। ବସ୍‌ ଓଲଟି ପଡିବାରୁ ୧୫ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ଗୁରୁତର ମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଏହି ବସ୍‌ଟି ଭଦ୍ରକରୁ ବାସୁଦେବପୁର ଯାଉଥିଲା । ସ୍ଥାନୀୟ ଲୋକଙ୍କ ସହାୟତାରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ବସ୍‌ ଭିତରୁ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ଦୁର୍ଘଟଣା ପରେ ବସ୍‌ ଡ୍ରାଇଭର୍‌ ଓ ହେଲ୍‌ପର୍‌ ଫେରାର ହୋଇଯାଇଛନ୍ତି।

Leave a comment