କ୍ୟାବିନେଟ୍ ବୈଠକରେ ୧୧ ପ୍ରସ୍ତାବକୁ ମଞ୍ଜୁରୀ
ଓଡ଼ିଶାଫାଷ୍ଟ (ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍ ବୈଠକରେ ଆଜି ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୧୧ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଅର୍ଥ, ମତ୍ସ ଓ ପଶୁ ସମ୍ପଦ ବିକାଶ ବିଭାଗ ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ବେଳେ ସାଧାରଣ ପ୍ରଶାସନ ବିଭାଗ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସେହିପରି ଗୃହ ନିର୍ମାଣ ନଗର ଉନ୍ନୟନ ବିଭାଗ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି ।