ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି

0

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ମହାବାହୁ। ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ରଥ ପ୍ରତିଷ୍ଠା। ପହଣ୍ଡିରେ ଆସି ରଥାରୁଢ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଘଣ୍ଟ, କାହାଳୀ ଓ ବାଜାରେ କମ୍ପୁଛି ସାରା ପରିବେଶ ।

ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା ।

ଏହା ପରେ ଶ୍ରୀବଳଭଦ୍ରଙ୍କ ପହଣ୍ଡି ହୋଇଥିଲା । ଶ୍ରୀବଳଭଦ୍ରଙ୍କ ପହଣ୍ଡି ପଛେ ପଛେ ଦେବୀ ସୁଭଦ୍ରାଙ୍କର ପହଣ୍ଡି ହୋଇଥିଲା । ଶେଷରେ ପହଣ୍ଡିରେ ଆସିଥିଲେ କାଳିଆ ସାଆନ୍ତ। ପଡିଥିଲା ଆଲଟ, ଚାମର। ଦଇତାଙ୍କ କାନ୍ଧରେ ବାଇଶି ପାହାଚରେ ଝୁଲି ଝୁଲି ନନ୍ଦିଘୋଷ ରଥରେ ରଥାରୁଢ ହୋଇଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ ।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଏହାପରେ ଛେରାପହଁରା ନୀତି ହେବ । ଏହି ନୀତି ସରିବା ପରେ ତିନି ରଥକୁ ସିଂହଦ୍ୱାର ଚକଡ଼ା ଠାରୁ ଶରଧାବାଲି ଅଭିମୁଖେ ସେବାୟତମାନେ ଟାଣି ଟାଣି ନେବ ।

Leave a comment